ପ୍ରକାଶିତ : 18-Dec-2024
ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ଲୋକେ ତ୍ରାହି ତ୍ରାହି ଡାକିଲେଣି ବୋଲି କହି ବିଜେଡି ଆଜି ବିଜେପି ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସମନ୍ଵୟ କମିଟିର ଅଧ୍ଷକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ଦଳର କାର୍ଯ୍ୟକ୍ରମ ରୂପାୟନ କମିଟିର ଆବାହକ ଶ୍ରୀ ସଞ୍ଜୟ ଦାସବର୍ମା, ଦଳର ବରିଷ୍ଠ ମିଡ଼ିଆ ସଂଯୋଜକ ଶ୍ରୀ ପ୍ରତାପ ଜେନା, ଦଳର ମହିଳା ସଭାନେତ୍ରୀ ଶ୍ରୀମତୀ ସ୍ଲଵେହାଙ୍ଗିନୀ ଛୁରିଆ ଓ ଦଳର ଯୁବ ସଭାପତି ଶ୍ରୀ ବ୍ୟୋମକେଶ ରାୟ ଏହି ଅହେତୁକ ଦରବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ ତାରିଖ ଦିନ ସଚିବାଳୟ ସମ୍ମୁଖରେ ଏକ ଗଣବିକ୍ଷୋଭ କରାଯିବ ବୋଲି ସୂଚନା ଦେଇଥିଲେ । ତାଛଡା, ଆସନ୍ତା ଡିସେମ୍ବର ୨୬ ତାରିଖ ଦିନ ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ରାଜ୍ୟର ସମସ୍ତ ବିଧାନସଭା ଆସନ ଗୁଡିକରେ ଆୟୋଜିତ ହେବ ବୋଲି ମଧ୍ୟ ସୂଚନା ଦେଇଥିଲେ। ସେହିଦିନ ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନଠାରେ ଆୟୋଜିତ ହେବାକୁ ଥୁବା ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ।
ଶ୍ରୀ ଦେବୀ ପ୍ରସାଦ ମିଶ୍ର କହିଥୁଲେ, ବିଜେପି ସରକାରର ପ୍ରତିଶ୍ରୁତି ପାଳନରେ ବିଫଳତାକୁ କ୍ଷେତ୍ରୀୟ ସ୍ତରରେ ସଭାସମିତି ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯିବ। ଡବଲ ଇଂଜିନ ଡବଲ ବିକାଶର ନାରା ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ରରେ ଆସିଥୁବା ବିଜେପି ସରକାର ଦରଦାମ ନିୟନ୍ତ୍ରଣ ଓ ଅର୍ଥନୀତିର ସୁପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ ବିଫଳ ହୋଇଛନ୍ତି। ମୁଦ୍ରାସ୍ସୀତି ବୃଦ୍ଧିରେ ନୂଆ ରେକର୍ଡ ସୃଷ୍ଟି ହୋଇଛି।
ମୁଦ୍ରାସ୍ମୀତି ବୂଛ୍ଧିର କିଛି ତଥ୍ଯ ଦେଇ ଶ୍ରୀ ମିଶ୍ର କହିଥୁଲେ, ଖୁଚୁରା ମୁଦ୍ରାସ୍ମୀତି ନଭେମ୍ବର ମାସରେ ୫.୪୮ ପ୍ରତିଶତକୁ ଛୁଇଁଛି, ଯାହା ଗତ ନଅ ମାସରେ ସବୁଠାରୁ ଅଧକ। ସେହିପରି, ଖାଦ୍ୟ ସାମଗ୍ରୀ ଗୁଡିକର ମୁଦ୍ରାସ୍ସୀତି ନଭେମ୍ବର ମାସରେ ୯.୪ ପ୍ରତିଶତ ରହିଛି, ଯାହା ମଧ୍ୟ ସର୍ବାଧୂକ। ପନିପରିବା ଦର ଗତ ଅଗଷ୍ ମାସରେ ୩୫.୯୯ ପ୍ରତିଶତ ବୃଦ୍ଧି ପାଇଥୁଲା। ସେହିପରି ଗ୍ରାମାଞ୍ଚଳରେ ମୁଦ୍ରାସ୍ସୀତି ମଧ୍ୟ ୬.୬୮ ପ୍ରତିଶତକୁ ଛୁଇଁଛି ବୋଲି ଶ୍ରୀ ମିଶ୍ର କହିଥୁଲେ।
ଦେଶର ରାଜ୍ୟମାନଙ୍କ ଭିତର ମୁଦ୍ରାସ୍ପୀତିକୁ ନିୟନ୍ତ୍ରଣରେ ରଖୁବା କ୍ଷେତ୍ରରେ ଉଭୟ କେନ୍ଦ୍ର ସରକାର ଓ ଓଡିଶା ସମେତ ବିଜେପି ଶାସିତ ରାଜ୍ୟ ସରକାରମାନେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଦରଦାମ ବୂଦ୍ଧି ଯୋଗୁଁ ଜନସାଧାରଣ ହନ୍ତସନ୍ତ ହେଉଥୁବା ବେଳେ ସରକାରଙ୍କ ତରଫରୁ ଏହାକୁ ରୋକିବା ପାଇଁ କୌଣସି ଆନ୍ତରିକତା ଦେଖୁବାକୁ ମିଳୁନାହିଁ। ବରଂ ବିଭିନ୍ନ ପ୍ରକାର ଭ୍ରମାମ୍ବକ ଓ ମିଥ୍ଯା ତଥ୍ଯ ଦେଇ ରାଜ୍ୟବାସୀଙ୍କୁ ଭ୍ରମିତ କରାଯାଉଛି। ଏଣୁ ଏହି ଅହେତୁକ ଦରବୃବ୍ଧିକୁ ବିରୋଧ କରି ଆସନ୍ତା ଜାନୁଆରୀ ୬ ତାରିଖ ଦିନ ସଚିବାଳୟ ସମ୍ମୁଖରେ ଏକ ଗଣବିକ୍ଷୋଭ ଅନୁଷ୍ଠିତ ହେବ ବୋଲି ଶ୍ରୀ ମିଶ୍ର ଘୋଷଣା କରିଥିଲେ।
ଶ୍ରୀ ସଞ୍ଜୟ ଦାସବର୍ମା କହିଥୁଲେ, ଆସନ୍ତା ଡିସେମ୍ବର ୨୬ ତାରିଖ ଦିନ ବିଜେଡିର ୨୭ତମ ପୁର୍ଭି ସଙ୍ଗେ ସଙ୍ଗେ ୨୮ତମ ପ୍ରତିଷ୍ଠା ଦିବସ ନିର୍ବାଚନ ମଣ୍ଡଳୀ ସ୍ତରରେ ପାଳନ କରାଯିବ । ଏହି ଦିବସରେ ବିଜେଡିର ଛାମୁଆ ନେତୃତ୍ବ ପଦାଧ୍ରକାରୀ ତଥା ଶୁଭେଛୁ ମାନଙ୍କୁ ନେଇ କ୍ଷେତ୍ରୀୟ ସମ୍ମିଳନୀୌ୮ସଭା କରି ଆମର ବିଗତ ଦିନର ଲୋକଙ୍କ ପାଇଁ ନିଆଯାଇଥିବା ସଫଳ କାଯ୍ଯକ୍ରମ ତଥା ସାମ୍ମ୍ତକ ସରକାରର ଜନ ବିରୋଧୀ କାର୍ଯ୍ୟକ୍ରମ, ଦରଦାମ ବୃଦ୍ଧି ଠାରୁ ଆରମ୍ଭ କରି ନିର୍ବାଚନ ସମୟରେ ଦିଆଯାଇଥୁବା ବିଭିନ୍ନ ପ୍ରତିଶ୍ରୁତି ରକ୍ଷା କରିବାରେ ସରକାରଙ୍କ ବିଫଳତାକୁ ଜନ ସାଧାରଣଙ୍କ ସମ୍ମୁଖରେ ରଖାଯିବ।
ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥୁଲେ, ଅହେତୁକ ଦରବୂଵି ଯୋଗୁଁ ରାଜ୍ୟର ମହିଳାମାନେ ନାହିଁ ନଥୁବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେ ଆହୁରି କହିଥୁଲେ, ଓଡ଼ିଶାର ମୁଦ୍ରାସ୍ମୀତି ମଧ୍ୟ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ଓଡିଶାର ମୁଦ୍ରାସ୍ପୀତି ୬.୭୮ ପ୍ରତିଶତ ରହିଥିବା ବେଳେ, ଏହା ଦେଶର ସମସ୍ତ ରାଜ୍ୟମାନଙ୍କ ତୁଳନାରେ ତୃତୀୟ ସ୍ଥାନରେ ରହିଛି। ଉଲ୍ଲେଖଯୋଗ୍ୟ, ଦେଶର ରାଜ୍ୟମାନଙ୍କ ଭିତରେ ମୁଦ୍ରାସ୍ପୀତି ବୃଦ୍ଧି ତାଲିକାରେ ପ୍ରଥମ ଆଠଟି ରାଜ୍ୟ ମଧ୍ୟରେ ସାତଟି ବିଜେପି ଶାସିତ ରାଜ୍ୟ ରହିଛନ୍ତି। ଛତିଶଗଡ଼, ବିହାର, ଓଡିଶା ଓ ୟୁପି ଯଥାକ୍ରମେ ପ୍ରଥମ, ଦ୍ବିତୀୟ, ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଥୁଲା ବେଳେ ପଞ୍ଚମ ସ୍ଥାନରେ ଅଣବିଜେପି ଶାସିତ ରାଜ୍ୟ ଭାବେ କେରଳ ରହିଛି। ମଧ୍ୟପ୍ରଦେଶ, ଗୁଜରାଟ ଓ ହରିଆନା ଯଥାକ୍ରମେ ଷଷ୍ଠ, ସପ୍ତମ ଓ ଅଷ୍ଟମ ସ୍ଥାନରେ ରହିଛନ୍ତି । ଧାନର ସହାୟତା ରାଶି ବୃଦ୍ଧି କ୍ଷେତ୍ରରେ ମଧ୍ୟ ଗୋଟିଏ କୁଇଣ୍ଟାଲ ଧାନରୁ ପ୍ରାୟ ପାଞ୍ଚରୁ ନଅ କେଜି କଟନୀ ଛଟନୀ ହେଉଥିବାରୁ ସହାୟତା ରାଶି ବୃଦ୍ଧି ମଧ୍ୟ ପ୍ରହସନରେ ପରିଣତ ହୋଇଛି।
ବିଜେଡି ବିଧାୟକ ତଥା ଯୁବ ସଭାପତି ଶ୍ରୀ ବ୍ୟୋମକେଶ ରାୟ କହିଥୁଲେ, ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ଦିଆଯିବା କ୍ଷେତ୍ରରେ ବିଜେପିର ପ୍ରତିଶ୍ରୁତି ଧୂଆଁବାଣରେ ପରିଣତ ହୋଇଛି। ସେହିପରି, ଦଳର ବରିଷ୍ଠ ମିଡ଼ିଆ ସଂଯୋଜକ ଶ୍ରୀ ପ୍ରତାପ ଜେନା କହିଥ୍ଲେ, ବିଜୁ ଜନତା ଦଳ ଓଡିଶାବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ନିରନ୍ତର ଭାବେ କାମ କରିଆସୁଛି ଓ ଏହା ଆଗାମୀ ଦିନରେ ମଧ୍ୟ ଜାରି ରହିବ।